ବିଜେପି ସରକାର ଗରିବ ଲୋକଙ୍କ ସରକାର –ମନମୋହନ ସାମଲ

ରାଜ୍ୟବାସୀ ୭୮ ବିଧାୟକ ଓ ୨୦ ସାଂସଦଙ୍କୁ ନିର୍ବାଚିତ କରି ବିଧାନସଭା, ଲୋକସଭାକୁ ପଠାଇଛନ୍ତି। ଓଡ଼ିଶା ସରକାର ଗରିବ ଲୋକଙ୍କ ସରକାର, କୃଷକଙ୍କ ହକ୍ ପାଇଁ ବିଜେପି କାର୍ଯ୍ୟ କରିବ।

Jun 30, 2024 - 09:01
ବିଜେପି ସରକାର ଗରିବ ଲୋକଙ୍କ ସରକାର –ମନମୋହନ ସାମଲ
Remix - Suv Bharat Times

ଓଡ଼ିଶାର ସାଢ଼େ ୪ କୋଟି ଜନତାଙ୍କ ଆଶୀର୍ବାଦରେ ବିଜେପି ରାଜ୍ୟରେ ପ୍ରଥମ ଥର ପାଇଁ ଏକାକୀ ସରକାର ଗଠନ କରିଛି। ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଓଡିଶାରେ ବିଜେପିକୁ ଏହି ସଫଳତା ମିଳିପାରିଛି। ରାଜ୍ୟବାସୀ ଏଥର ୭୮ ଜଣ ବିଧାୟକ ଏବଂ ୨୦ ଜଣ ସାଂସଦଙ୍କୁ ନିର୍ବାଚିତ କରି ବିଧାନସଭା ଏବଂ ଲୋକସଭାକୁ ପ୍ରତିନିଧିଭାବେ ପଠାଇଛନ୍ତି। ବିଜେପି ସରକାର ଗରିବ ଲୋକଙ୍କ ସରକାର, କୃଷକଙ୍କ ହକ୍ ପାଇଁ ବିଜେପି ସରକାର କାର୍ଯ୍ୟ କରିବ। ମହିଳାଙ୍କୁ ସୁରକ୍ଷା, ସଶକ୍ତୀକରଣ କରିବା ସହ ଯୁବକମାନଙ୍କୁ ସ୍ୱାବଲମ୍ବୀ କରିବାକୁ କାର୍ଯ୍ୟ କରିବ। ସଂକଳ୍ପପତ୍ରରେ ଯାହା ସବୁ ପ୍ରତିଶୃତି ଦେଇଛି, ସେସବୁ ପୂରଣ କରିବା ପାଇଁ ବିଜେପି ସରକାର ସଂକଳ୍ପବଦ୍ଧ। ଲୋକଙ୍କ ବିଶ୍ୱାସକୁ ବିଜେପି ଅତୁଟ ରଖିବ ବୋଲି କହିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ।

ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଅନୁଷ୍ଠିତ ନୂତନ ବିଧାୟକ ଓ ସାଂସଦମାନଙ୍କୁ “ସମ୍ବର୍ଦ୍ଧନା ସଭା”ରେ ଶ୍ରୀ ସାମଲ ପ୍ରତିକ୍ରିୟାରେ ଆହୁରି କହିଥିଲେ ଯେ, ସ୍ୱାବଲମ୍ବି ଓ ବିକଶିତ ଓଡ଼ିଶା ଗଠନ ପାଇଁ ବିଜେପି ସରକାର କାର୍ଯ୍ୟ କରିବ। ବିଜେପି ସରକାର ଓଡିଶା ଲୋକଙ୍କ ସହ ଜୀବନ୍ତ ସମ୍ପର୍କ ରଖିବ। ଲୋକଙ୍କ ସମସ୍ୟାର ସମାଧାନକୁ ପ୍ରାଥମିକତା ଦିଆଯିବ। ନିର୍ବାଚନ ପୂର୍ବରୁ ଦିଆଯାଇଥିବା ବାର୍ତ୍ତା “ଆମେ ଶୋଇବା ନାହିଁ କି କାହାକୁ ଶୋଇବାକୁ ଦେବା ନାହିଁ”କୁ ଅକ୍ଷରେ ଅକ୍ଷରେ ପାଳନ କରିଛନ୍ତି କାର୍ଯ୍ୟକର୍ତ୍ତା। ଗତ ୨୫ ବର୍ଷରେ ଯାହା ହୋଇନି ଆସନ୍ତା ୫ବର୍ଷରେ ପରିଶ୍ରମ କରି ବିଜେପି ସରକାର ତାହା ସମ୍ଭବ କରି ଦେଖାଇବ।

ରାଜ୍ୟରେ ବିଜେପିର ସରକାର ଗଠନରେ ଗୁରୁତ୍ୱପୂର୍ଣ୍ଣ ଭୁମିକା ଗ୍ରହଣ କରିଥିବା ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା, ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା, କ୍ଷେତ୍ରୀୟ ପ୍ରଭାରୀ ସୁନିଲ ବଂଶଲ, ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂହ ତୋମାର, ସହ ପ୍ରଭାରୀ ସୁଶ୍ରୀ ଲତା ଉସେଣ୍ଡିଙ୍କ ସମେତ ଅନେକ କେନ୍ଦ୍ରମନ୍ତ୍ରୀ ଓ ନେତୃତ୍ୱ, ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ସମସ୍ତ ନେତୃବୃନ୍ଦଙ୍କୁ ରାଜ୍ୟବାସୀଙ୍କ ତରଫରୁ ରାଜ୍ୟ ସଭାପତି ଶ୍ରୀ ସାମଲ ଧନ୍ୟବାଦ ଦେବା ସହିତ ରାଜ୍ୟବାସୀଙ୍କୁ ମଧ୍ୟ କୃତଜ୍ଞତା ଜଣାଇଥିଲେ।

Suv Bharat Times Suv Bharat Times is proud to have been striving to get closer to our lovely readers. We ensure that our journalism is free from political bias. We strive to be the voice of the people, and keeping our readers informed and entertained is our top priority. We appeal to all media lovers to keep supporting us for producing quality journalism that informs, entertains, and educates. Thank you for your support, and we promise to keep delivering quality journalism that you can trust.