ଜୁଲାଇ ୧୯ ଓ ୨୦ରେ ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

ଓଡିଶାକୁ ଦେଶର ସର୍ବଶ୍ରେଷ୍ଠ ରାଜ୍ୟ ଭାବେ ଗଢି ତୋଳିବା ପାଇଁ ବିଜେପି ସରକାର ପ୍ରତିଶୃତିବଦ୍ଧ -ବିରଞ୍ଚି ତ୍ରିପାଠୀ

Jul 16, 2024 - 15:27
ଜୁଲାଇ ୧୯ ଓ ୨୦ରେ ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ
Remix : Suv Bharat Times

ରାଜ୍ୟର ସାଂପ୍ରତିକ ରାଜନୈତିକ ଓ ବିଭିନ୍ନ ସାମାଜିକ ପ୍ରସଙ୍ଗକୁ ନେଇ ଆସନ୍ତା ୧୯ ଓ ୨୦ତାରିଖରେ ବିଜେପିର ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ପୁରୀ ଠାରେ ଅନୁଷ୍ଠିତ ହେବ। ରାଜ୍ୟ ସଭାପତି ମନମୋହନ ସାମଲ ୧୯ ତାରିଖ ସକାଳେ ସ୍ଥିର ହୋଇଥିବା ରାଜ୍ୟ ପଦାଧିକାରୀ ବୈଠକରେ ସଭାପତିତ୍ଵ କରିବେ। ତା'ସହିତ ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା ୨୦ରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ରାଜ୍ୟ କାର୍ଯ୍ୟକାରିଣୀ ବୈଠକର ଉଦଘାଟନ କରିବେ। ଉକ୍ତ ବୈଠକରେ କ୍ଷେତ୍ରୀୟ ପ୍ରଭାରୀ ସୁନିଲ ବଂସଲ, ରାଜ୍ୟ ପ୍ରଭାରୀ ବିଜୟ ପାଲ୍ ସିଂ ତୋମାର, ରାଜ୍ୟ ସହ ପ୍ରଭାରୀ ଲତା ଉସେଣ୍ଡି ପ୍ରମୁଖ ଯୋଗଦେବେ ବୋଲି ରାଜ୍ୟ ଉପସଭାପତି ବିରଞ୍ଚି ନାରାୟଣ ତ୍ରିପାଠୀ କହିଛନ୍ତି।

ଶ୍ରୀ ତ୍ରିପାଠୀ ଆହୁରି କହିଥିଲେ, କେନ୍ଦ୍ରରେ ଲଗାତାର ତୃତୀୟ ଥର ଏବଂ ରାଜ୍ୟରେ ପ୍ରଥମ ଥର ପାଇଁ ବିଜେପି ଏକାକୀ ସରକାର ଗଠନ କରିବା ପରେ ଅନୁଷ୍ଠିତ ହେବାକୁ ଥିବା ଏହି କାର୍ଯ୍ୟକାରିଣୀ ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏବଂ ଦୁଇ ଉପ-ମୁଖ୍ୟମନ୍ତ୍ରୀଙ୍କ ସମେତ ରାଜ୍ୟ ମନ୍ତ୍ରୀମଣ୍ଡଳର ସମସ୍ତ ସଦସ୍ୟ, ସମସ୍ତ ସାଂସଦ ଓ ବିଧାୟକ, ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ଜିଲ୍ଲା ସଭାପତି ଓ ସାଧାରଣ ସଂପାଦକ, ଲୋକସଭା ସଂଯୋଜକ ଓ ପ୍ରଭାରୀ, ବିଧାନସଭା ସଂଯୋଜକ ଓ ପ୍ରଭାରୀ, ବିଭିନ୍ନ ମୋର୍ଚ୍ଚାର ରାଜ୍ୟ ପଦାଧିକାରୀମାନେ ଯୋଗଦେବେ।

ଓଡିଶାବାସୀଙ୍କ ଆର୍ଶୀବାଦରୁ ବିଜେପି ପ୍ରଥମ ଥର ପାଇଁ ଏକାକୀ ସରକାର ଗଠନ କରିବାର ସୁଯୋଗ ପାଇଛି। ଜନସାଧାରଣଙ୍କ ଆଶା, ଆକାଂକ୍ଷା ପୂର୍ଣ୍ଣ କରି ଓଡିଶାକୁ ଦେଶର ସର୍ବଶ୍ରେଷ୍ଠ ରାଜ୍ୟ ଭାବେ ଗଢି ତୋଳିବା ପାଇଁ ବିଜେପି ସରକାର ପ୍ରତିଶୃତିବଦ୍ଧ। ଏହି କାର୍ଯ୍ୟକାରିଣୀ ବୈଠକରେ ସାଂପ୍ରତିକ ରାଜନୈତିକ ପରିସ୍ଥିତି, କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇ ଆଗାମୀ ରଣନୀତି ପ୍ରସ୍ତୁତ କରାଯିବ ବୋଲି ଶ୍ରୀ ତ୍ରିପାଠୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

Suv Bharat Times Suv Bharat Times is proud to have been striving to get closer to our lovely readers. We ensure that our journalism is free from political bias. We strive to be the voice of the people, and keeping our readers informed and entertained is our top priority. We appeal to all media lovers to keep supporting us for producing quality journalism that informs, entertains, and educates. Thank you for your support, and we promise to keep delivering quality journalism that you can trust.